Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ଖୋର୍ଦ୍ଧା ପୌରପରିଷଦ ଅଫିସ୍‌ରେ ପସିଲା କରୋନା : ଜଣେ କର୍ମଚାରୀ କୋଭିଡ୍ ପଜିଟିଭ୍

2/07/2020 at 8:21 AM

ଖୋର୍ଦ୍ଧା ୨।୭: ଖୋର୍ଦ୍ଧା ପୌରକାର୍ଯ୍ୟାଳୟରେ କରୋନା । ଆଜି ପୌରକାର୍ଯ୍ୟାଳୟକୁ ବିଶୋଧନ କରାଯିବା ସହିତ ସମସ୍ତ କର୍ମଚାରୀଙ୍କର ସ୍ବାବ୍ ଟେଷ୍ଟ କରାଯିବ । ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ସଂପୃକ୍ତ କର୍ମଚାରୀ ଜଣଙ୍କ ପୌରକାର୍ଯ୍ୟାଳୟରେ କୋଭିଡ୍ ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ ଥିଲେ । ଗତ କିଛି ଦିନ ହେଲା ସେ ଜ୍ବରରେ ଆକ୍ରାନ୍ତ ଥିଲେ ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି ।

ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଆଜି ଅଫିସକୁ ବିଶୋଧନ କରାଯାଉଥିବା ବେଳେ ଯେଉଁମାନେ ସଂପୃକ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଜାଣିବା ପାଇଁ ସେମାନଙ୍କ ସ୍ବାବ୍ ଟେଷ୍ଟ କରାଯିବ। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

   Related Posts