Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ୍‌, ଅଡୁଆରେ ପୋଲିସ
  • ||

ପୁଲଓ୍ୱାମାରେ ଏନ୍‌କାଉଣ୍ଟର , ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିହତ

7/07/2020 at 7:42 AM

ଶ୍ରୀନଗର ୦୭।୦୭: ଦକ୍ଷିଣ କାଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ଗୌସୁ ଅଞ୍ଚଳରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏନ୍‌କାଉଣ୍ଟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ କିଛି ସୁରକ୍ଷାକର୍ମୀ ଆହତ ଥିବା ଜଣାପଡିଛି । ବର୍ତ୍ତମାନ ମଧ୍ୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ସେନା ପକ୍ଷରୁ ପୁରା ଅଞ୍ଚଳକୁ ଘେରିଯାଇ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।

ସୂଚନାଯୋଗ୍ୟ ଯେ, ଜାମ୍ମୁ-କାଶ୍ମୀରରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ସୂଚନା ଆଧାରରେ ସ୍ଥାନୀୟ ପୋଲିସ-ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ପୁରା ଅଞ୍ଚଳକୁ ଘେରିଯାଇ ଆତଙ୍କୀଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ । କିନ୍ତୁ ଆତଙ୍କବାଦୀମାନେ ଆତ୍ମସମର୍ପଣ କରିବା ପରିବର୍ତ୍ତେ ଗୁଳିଚାଳନା ଆରମ୍ଭ କରିଦେଇଥିଲେ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା ।

କିଛି ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଏନ୍‌କାଉଣ୍ଟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ କିଛି ସୁରକ୍ଷାକର୍ମୀ ଆହତ ଥିବା ଜଣାପଡିଛି । ତେବେ ଆଉ କିଛି ଆତଙ୍କୀ ଲୁଚି ରହିଥିବା ଆଶଙ୍କା କରି ପୁରା ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ନିହତ ଆତଙ୍କବାଦୀ ଜଣଙ୍କ କେଉଁ ଆତଙ୍କୀ ସଂଗଠନ ସହିତ ତାହା ସ୍ପଷ୍ପ ହୋଇନାହିଁ ।  

   Related Posts