ଜାମ୍ମୁକାଶ୍ମୀର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ
8/09/2018 at 10:34 AM

ଜମ୍ମୁକାଶ୍ମୀର ୮|୯: ଜାମ୍ମୁ-କାଶ୍ମୀର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ଜଣେ ଆତଙ୍କବାଦୀ ନିହତ ହେ।ଇଛି । ତେବେ ଏହି ଗୁଳିମାଡରେ ଜଣେ ସୁରକ୍ଷାକର୍ମୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ଜଣାପଡିଛି । ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।