Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ତ୍ରାଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

26/06/2020 at 7:07 AM

ଶ୍ରୀନଗର ୨୬।୬: ଜାମ୍ମୁ କାଶ୍ମୀରର ତ୍ରାଲରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଅପରେସନରେ ସୁରକ୍ଷା ବାହିନୀ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି । ଗତକାଲିଠାରୁ ଏହି ଏନକାଉଣ୍ଟର ଜାରି ରହିଛି । ରାତିରେ ଅପରେସନ ବନ୍ଦ କରିବା ପରେ ସୁରକ୍ଷା ବାହିନୀ ସକାଳେ ପୁଣି ଆତଙ୍କବାଦୀଙ୍କ ବିରୋଧରେ ଅପରେସନ୍ ଆରମ୍ଭ କରିଥିଲେ । ଏଠାରେ ୨ରୁ ୩ ଆତଙ୍କବାଦୀ ଲୁଚିଥିବାର ଖବର ରହିଛି ।

ରିପୋର୍ଟ ଅନୁଯାୟୀ, ତ୍ରାଲର ଚେୱା ଉଲର ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ପାଇବା ପରେ ପୋଲିସ, ସେନା ଏବଂ ସିଆରପିଏଫର ମିଳିତ ଟିମ୍ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ । ଏହାପରେ ସୁରକ୍ଷାକର୍ମୀ ମଧ୍ୟ ପ୍ରତି ଜବାବ ଦେଇଛନ୍ତି ।

ଏହାପୂର୍ବରୁ ଗୁରୁବାର ଦିନ ଉତ୍ତର କାଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଦ୍ବାରା ୨ ଜଣ ଲଶ୍କର-ଏ-ତୋଇବା ଆତଙ୍କବାଦୀ ନିହତ ହୋଇଥିଲେ । ଏହି ମାସରେ କାଶ୍ମୀର ଘାଟୀରେ ସୁରକ୍ଷାକର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ୩୨ରୁ ଅଧିକ ଆତଙ୍କବାଦୀ ନିହତ ହୋଇଥିବାବେଳେ ଚଳିତ ବର୍ଷ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି।

ଜୁନ୍ ୨୩ରେ ପୁଲୱାମାର ବାନ୍ଦଜୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ବାରା ୨ ଆତଙ୍କବାଦୀ ନିହତ ହୋଇଥିଲେ । ଏହି ସମୟରେ ଜଣେ ସିଆରପିଏଫ ଯବାନ ମଧ୍ୟ ସହିଦ ହୋଇଥିଲେ । ଏହା ବ୍ୟତୀତ ଜୁନ୍ ୨୧ରେ ଜାମ୍ମୁ କାଶ୍ମୀରର କୁଲଗାମ୍ ଏବଂ ଶ୍ରୀନଗରରେ ପୃଥକ ପୃଥକ ମୁକାବିଲାରେ ପାକିସ୍ତାନୀ ସମେତ ୪ ଆତଙ୍କବାଦୀ ନିହତ ହୋଇଥିଲେ।

   Related Posts