Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଜାମ୍ମୁ-କାଶ୍ମୀର ସୋପିଆରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିହତ

10/06/2020 at 7:49 AM

ଶ୍ରୀନଗର ୧୦।୦୬: ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି । ଜାମ୍ମୁ-କାଶ୍ମୀର ସୋପିଁଆର ସୁଗୋ ହେଧାମା ଅଞ୍ଚଳରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଗୁଳିବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଚଳିତ ସପ୍ତାହରେ ସୋପିଆରେ ଏହା ତୃତୀୟ ଏନ୍‌କାଉଣ୍ଟର ଘଟଣା । ଏହାପୂର୍ବରୁ ରବିବାର ଦିନ ପାଞ୍ଚଜଣ ଓ ସୋମବାର ଦିନ ଚାରି ଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

ସୂଚନାଯୋଗ୍ୟ ଯେ, ଜାମ୍ମୁ-କାଶ୍ମୀରରେ ସୁଗୋ ହେଧାମା କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିଥିଲା । ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିବା ପରେ ସେନା ଓ ସ୍ଥାନୀୟ ପୋଲିସ ମିଳିତ ଭାବେ ଜଏଣ୍ଟ ଅପରେସନ ଆରମ୍ଭ କରିଥିଲେ । ତେବେ ସୁରକ୍ଷାକର୍ମୀ ଘେରିବାର ଦେଖି ଆତଙ୍କବାଦୀ ଗୁଳି ଚାଳନା ଆରମ୍ଭ କରିଥିଲେ । ଆତଙ୍କବାଦୀଙ୍କ ଗୁଳିମାଡର ଦୃଢ ଜବାବ ଦେଇଥିଲେ ସେନାବାହିନୀ । କିଛି ସମୟ ଧରି ଗୁଳିବିନିମୟ ଜାରି ରହିବା ପରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଗତ କିଛି ଦିନ ଜାମ୍ମ-କାଶ୍ମୀରରେ ଆତଙ୍କବାଦୀ ନିରୋଧୀ ଅଭିଯାନରେ ସେନାକୁ ସଫଳତା ମିଳିଛି ।

   Related Posts