Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କୋଭିଡ୍-୧୯ ପଜିଟିଭ୍ ଥିଲେ ମହିଳା କିନ୍ତୁ ମୃତ୍ୟୁର କାରଣ ଭିନ୍ନ : ଗୁରୁତର ରୋଗରେ ପୀଡିତ ହୋଇ ଥିଲେ ଚିକିତ୍ସାଧିନ

11/06/2020 at 11:11 AM

ଭୁବନେଶ୍ବର ୧୧।୬: ମହିଳା ଜଣଙ୍କ ଗୁରୁତର ରୋଗରେ ପୀଡିତ ଥିଲେ କିନ୍ତୁ ସ୍ବାବ୍ ରିପୋର୍ଟରେ କରୋନା ପଜିଟିଭ୍ ଆସିଥିଲା । ଚିକିତ୍ସାଧିନ ଅବସ୍ଥାରେ ଭୁବନେଶ୍ବରର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମହିଳା ଜଣଙ୍କର ମୃତ୍ୟୁ କରୋନାଜନିତ ନୁହେଁ ବରଂ ମଲ୍ଟି ଅର୍ଗାନ ଫେଲୁଅର ଏବଂ ସେପ୍ଟିକ୍ ସକ୍‌ଜନିତ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଟ୍ବିଟ୍‌ ଯୋଗେ ଦର୍ଶାଯାଇଛି ଯେ, ମୃତ ମହିଳା ଜଣଙ୍କ ଭୁବନେଶ୍ୱରର । ମହିଳା ଜଣଙ୍କ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତାଙ୍କ ବୟସ ୩୮ ବର୍ଷ । ମହିଳା ଜଣଙ୍କ ସୋରିୟାସିସ୍ ରୋଗରେ ପୀଡିତ ଥିଲେ । ସେ ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ ଏବଂ ଇମ୍ୟୁନୋସପ୍ରେସାଣ୍ଟ ଔଷଧରେ ଥିଲେ । ତେବେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁର କାରଣ ମଲ୍ଟି ଅର୍ଗାନ ଫେଲୁଅର ଏବଂ ସେପ୍ଟିକ୍ ସକ୍‌ଜନିତ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

   Related Posts