Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

6/06/2019 at 9:20 AM

ଭୁବନେଶ୍ବର ୬|୬: ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ସେଲ୍ଫ ଫାଇନାସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଧାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଛାତ୍ରଛାତ୍ରୀ କେବଳ ଅନ୍ ଲାଇନରେ ଆବେଦନ କରିପାରିବେ ।

ପୂର୍ବାହ୍ନ ୧୧ଟାରୁ www.samodisha.gov.in ଓ୍ବେବସାଇଟରେ ସିଏଏଫ୍ ଉପଲବ୍ଧ ହେବ । ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଛାତ୍ରଛାତ୍ରୀ ୨୧ ତାରିଖ ଅପରାହ୍ନ ୫ଟା ସୁଦ୍ଧା ସିଏଏଫ୍ ର ପ୍ରିଣ୍ଟ କପି ସହ ସମସ୍ତ ଡକ୍ୟୁମେଣ୍ଟ  ସାମ୍ସ ରିସୋର୍ସ ସେଣ୍ଟରରେ ଦାଖଲ କରିପାରିବେ । ଜୁନ୍ ୨୬ରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଜୁନ୍ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ନାମ ଲେଖାଇପାରିବେ । ଜୁନ୍ ୨୮ରେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ତଥ୍ୟ ଅନଲାଇନରେ ପ୍ରକାଶ କରାଯିବ ।

ଜୁଲାଇ ୮ରେ ଦ୍ବିତୀୟ ପର୍ଯ୍ୟାୟ କଟ୍ ଅଫ ମାର୍କ ପ୍ରକାଶ ପାଇବ । ଏଥିପାଇଁ ଜୁଲାଇ ୯ରୁ ୧୧ ମଧ୍ୟରେ ନାମଲେଖା ହେବ ।୧୨ ତାରିଖ ସଧ୍ୟା ୫ ଟା ସୁଦ୍ଧା ନାମଲେଖା ସମ୍ପର୍କିତ ତଥ୍ୟ ଅନଲାଇନ୍ ରେ ବାହାରିବ । ଜୁଲାଇ ୧୬ରେ ବଳକା ସିଟ୍ ତାଲିକା ପ୍ରକାଶ କରାଯିବ । ୧୮ ତାରିଖ ଅପରାହ୍ନ ୨ ଟା ସୁଦ୍ଧା ସ୍ପଟ ନାମଲେଖା ଲାଗି ପଞ୍ଜିକରଣ କରିପାରିବେ । ଜୁଲାଇ ୨୦ରୁ ୨୨ ତାରିଖ ମଧ୍ୟରେ ସ୍ପଟ ନାମଲେଖା ଅନୁଷ୍ଠିତ ହେବ । ଜୁଲାଇ ୨୪ରୁ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ ।

   Related Posts