Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ ନିର୍ବାଚନ ପୂର୍ବ ପ୍ରସ୍ତୁତି : ବିରୋଧୀ ଦଳ ନେତା

10/03/2021 at 8:23 AM

କଳାହାଣ୍ଡି ୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଗସ୍ତ ବିଜୁ ଜନତା ଦଳର ନିର୍ବାଚନ ପୂର୍ବ ପ୍ରସ୍ତୁତି ବୋଲି କହିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡି ଭୋଟରଙ୍କୁ ଆକୃଷ୍ଟ ପାଇଁ ଯୋଜନାବଦ୍ଧ । ପଶ୍ଚିମ ଓଡିଶାକୁ ଫୋକସରେ ରଖିଛି ଦଳ । ହେଲେ ଲୋକେ ଆଉ ବିଜୁ ଜନତା ଦଳକୁ ଗ୍ରହଣ କରିବେ ନାହିଁ ବୋଲି ପ୍ରଦୀପ୍ତ କହିଛନ୍ତି । କାରଣ ସରକାରଙ୍କ ଆଚରଣ ଓ ଉଚ୍ଚାରଣକୁ ଲୋକେ ବୁଝିସାରିଲେଣି ବୋଲି ସେ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ଜିଲ୍ଲାର ସମସ୍ତ ଅଞ୍ଚଳ ବେଶ୍ ଚଳଚଞ୍ଚଳ । ଏଥିପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋତମା ଏୟାର ଷ୍ଟ୍ରିପ୍ ରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବ । ସେଠାରୁ ହେଲିକାପ୍ଟରରେ ଯାଇ ୨ ହଜାର କୋଟି ଟଙ୍କାରେ ନିର୍ମିତ ତିଖାଲି ସ୍ଥିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହାପରେ ଖଡ଼ିଆଳ ସହରରେ ପହଞ୍ଚିବେ । ସେଠାରେ ପିଇବା ପାଣି, ବିଭିନ୍ନ ରାସ୍ତାର ଉନ୍ନତିକରଣ, ଜଳ ଯୋଗାଣ ପାଇଁ ମେଗା ପ୍ରକଳ୍ପ, ଛତିଶଗଡ଼ କଲୁକୁ ସଂଯୋଗ କରୁଥିବା ବିଜୁ ସେତୁ ଯୋଜନାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

   Related Posts