ପ୍ରବଳ ବର୍ଷିବ : ଆଗାମୀ ୫ଦିନ ଧରି ଲାଗିରହିବ ବର୍ଷା, ୨୫ ଓ ୨୬ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି

Published By : Prameya-News7 Bureau | September 23, 2019 IST

ଭୁବନେଶ୍ବର ୨୩।୯: ଆସନ୍ତା ୫ ଦିନ ଧରି ବର୍ଷା ହେବ। ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି। ୨୫ ଓ ୨୬ ତାରିଖରେ ପ୍ରବଳ ବର୍ଷାକୁ ଆଖିରେ ରଖି ଭାରତୀୟ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି। ପରିସ୍ଥିତି ଉପରେ ନଜର ରଖିବାକୁ ରାଜ୍ୟ ସରକାରକୁ ପରାମର୍ଶ ଦିଆଯାଇଛି।

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ପ୍ରଭାବରେ ୨୫ ତାରିଖଠାରୁ ଉତ୍ତର ଓଡ଼ିଶା ଓ ପଶ୍ଚିମ ବଙ୍ଗରେ ବର୍ଷା ପରିମାଣ ବଢ଼ିବ। ପୁଣି ୨୬ ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।

ଲଘୁଚାପ ସୃଷ୍ଟି ହେବା ପରେ ୨୫ ତାରିଖରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିଭଳି ୨୬ ତାରିଖରେ ବରଗଡ଼ ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ଏବଂ ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।୨୭ ତାରିଖ ବେଳକୁ ବର୍ଷା କମିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.