ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୪୮ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

Published By : Prameya-News7 Bureau | September 02, 2019 IST

ଭୁବନେଶ୍ବର ୨: ଦକ୍ଷିଣ ଓଡିଶା, ଆନ୍ଧ୍ର ଉପକୂଳ ଓ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୫ଟି ଜିଲ୍ଲା ହେଲା ମାଲକାନଗିରି, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର । ସେହିପରି ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ମୟୁରଭଞ୍ଜ, କୋରାପୁଟ, ରାୟଗଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪୮ ଘଣ୍ଟା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୪ ଓ ୫ରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । ଗତକାଲି ସୁଦ୍ଧା ସାରା ରାଜ୍ୟରେ ସ୍ବାଭାବିକଠାରୁ ୪ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି । ୫ଟି ଜିଲ୍ଲାରେ ଆବଶ୍ୟକତାଠାରୁ କମ୍ ବର୍ଷା ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.