Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ, ଆଜିଠାରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା

6/08/2019 at 9:50 AM

ଭୁବନେଶ୍ବର ୬|୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜିଠାରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ ।

ବର୍ଷାକୁ ଦୃଷ୍ଟିରେ ରଖି ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ନବରଙ୍ଗପୁର, ବଲାଙ୍ଗିର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ତେବେ ମାଲକାନଗିରି, ରାୟଗଡ଼ା, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ ।

ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ । ସ୍ଥାନେ ସ୍ଥାନେ ପବନର ବେଗ ୬୦ କିମି ଛୁଇଁପାରେ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ଏହି ସମୟ ମଧ୍ୟରେ ସେମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

   Related Posts