Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଲଘୁଚାପ ପ୍ରଭାବ : ଏହି ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଆଲର୍ଟ ଜାରି

5/09/2019 at 10:18 AM

ଭୁବନେଶ୍ବର ୫।୯: ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଏବେ ଉପକୂଳ ଓଡିଶା ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ଆଗାମୀ ୩୬ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡା ଓ ବରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ଏବଂ ଆସନ୍ତାକାଲି ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାଲାଗି ବାରଣ କରାଯାଇଛି।

   Related Posts