ଆଉ ଏକ ଲଘୁଚାପ : ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଆଲର୍ଟ ଜାରି

Published By : Prameya-News7 Bureau | August 24, 2019 IST

ଭୁବନେଶ୍ବର ୨୪|୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ  ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି ।

ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।  ବିଶେଷ କରି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପିରିକି କିଛି ସ୍ଥାନରେ ବର୍ଷାର ପରିମାଣ ୮୦ ମିଲିମିଟର ଟପିପାରେ । ଏଥିପାଇଁ ଏସବୁ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଆସନ୍ତାକାଲି ମଧ୍ୟ ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୋଳ, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି  ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.