ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା : ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି, ସଜାଗ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ

Published By : Prameya-News7 Bureau | September 12, 2019 IST

ଭୁବନେଶ୍ବର ୧୨।୯: ଓଡ଼ିଶା, ଛତିଶଗଡ଼ ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ବିଶେଷ କରି ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ରାଜ୍ୟର ୭ ଜିଲ୍ଲା ଓ ଆସନ୍ତାକାଲି ପାଇଁ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ପରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ, ଅନୁଗୋଳ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୪ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି   ପାଣିପାଗ ବିଭାଗ । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ବନ୍ୟା ପରିସ୍ଥିତିର ଆଶଙ୍କା ଥିବାରୁ ପ୍ରଶାସନକୁ ସଜାଗ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.