Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

1/10/2020 at 8:50 AM

ଭୁବନେଶ୍ବର ୧।୧୦: ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏହା ଓଡିଶା ଉପକୂଳମୁହାଁ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜଧାନୀରେ ବୁଧବାରଠାରୁ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଜାରି ରହିଛି । ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

   Related Posts