ଆହୁରି ବର୍ଷିବ : ୭ ଜିଲ୍ଲା ପାଇଁ ଅରେଞ୍ଜ ଓ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି, ୭ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

Published By : Prameya-News7 Bureau | September 25, 2019 IST

ଭୁବନେଶ୍ବର ୨୫।୯:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା । ବିଶେଷ କରି ଉପକୂଳ ଅଞ୍ଚଳରେ ଅଧିକ ବର୍ଷା ହେବ । 

ମୟୂରଭଂଜ,ବାଲେଶ୍ବର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, ଗଂଜାମ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କେଉଁଝର, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଆଦି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଗଜପତି, ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ କହିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବାଧିକ ୧୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି କଟକ ୧୦୭, ବାଲେଶ୍ବରରେ ୧୦୩.୬, ଗଞ୍ଜାମରେ ୯୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.