୨୬ ଯାଏଁ ରାଜ୍ୟର ଲାଗି ରହିବ ବର୍ଷା : ୫ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | September 24, 2019 IST

ଭୁବନେଶ୍ବର ।୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ୨୬ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ବିଶେଷ କରି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୪୦.୯ ମିଲିମିଟର ଓ ଭୁବନେଶ୍ବରରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.