ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା, ୧୨ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | March 14, 2020 IST

ଭୁବନେଶ୍ବର ।୩: ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଏହାସହ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି । ଏଥିପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡିଶା ସମେତ ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।

୧୬ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବା ସହ ୧୭ରୁ ତାପମାତ୍ର ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.