Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଆଖି ବୁଜିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଏକମାତ୍ର ବିରଳ ପ୍ରଜାତି ଓରାଙ୍ଗଓଟାନ ‘ବିନି’

30/05/2019 at 8:53 AM

ବାରଙ୍ଗ ୩୦|୫:  ଆଖି ବୁଜିଲା ‘ବିନି’ । ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଏକମାତ୍ର ବିରଳ ପ୍ରଜାତି ଓରାଙ୍ଗଓଟାନର ଗତକାଲି ରାତି ପ୍ରାୟ ୯ଟା ୪୦ ମିନିଟ୍ ରେ ମୃତ୍ୟୁ ବରଣ କରିଛି । ବାର୍ଧକ୍ୟ ଜନିତ କାରଣ ଓ ଦୀର୍ଘଦିନ ଧରି ଅସୁସ୍ଥତା ଯୋଗୁ ବିନିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ମାତ୍ର ଆଜି ଶବ ବ୍ୟବଚ୍ଛେଦ ହୋଇ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ନନ୍ଦନକାନନ ପକ୍ଷରୁ କୁହାଯାଇଛି । ଗତ ତିନିଦିନ ଧରି ବିନି ଅସୁସ୍ଥ ହୋଇ ଚିକିତ୍ସିତ ହୋଉଥିଲା । ଥଣ୍ଡା ଜ୍ବର ଓ ନିଃଶ୍ବାସ ପ୍ରଶ୍ବାସରେ ସମସ୍ୟା ହେଉଥିଲା । ଅସୁସ୍ଥତା ଯୋଗୁ ସେ ପ୍ରାଣୀ ଉଦ୍ୟାନର ୬୦ ‘ଖ’ ଖୁଆଡ଼ରେ ଶୋଇ ରହୁଥିଲା । ଓୟୁଏଟିର ପ୍ରଫେସର ନିରଞ୍ଜନ ସାହୁ ଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର ଡ. ଇନ୍ଦ୍ରମଣି ନାଥଙ୍କ ସମେତ ସଦସ୍ୟମାନେ ଆସି ସ୍ବାସ୍ଥ୍ୟ ଅବସ୍ଥା ନୀରିକ୍ଷଣ କରି ଦେଇଥିବା ପରାମର୍ଶ କ୍ରମେ ଚିକିତ୍ସା କାଯାଉଥିଲା । ସମଗ୍ର ଭାରତ ବର୍ଷରେ ଏହି ପ୍ରଜାତି ପ୍ରାଣୀ ଏକମାତ୍ର ‘ବିନି’ କେବଳ ନନ୍ଦନକାନନରେ ରହି ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ଥିଲା । ବିନିକୁ ୨୦୦୩ ମସିହା ନଭେମ୍ବର ୨୦ ତାରିଖରେ ପୁନେସ୍ଥିତ ରାଜୀବ ଗାନ୍ଧୀ ଜାତୀୟ ପ୍ରାଣୀ ଉଦ୍ୟାନରୁ ଅଣାଯାଇଥିଲା । ନନ୍ଦନକାନନକୁ ଆସିବା ବେଳେ ତା’ର ବୟସ ୨୫ ବର୍ଷ ଥିଲା । ୪୧ ବର୍ଷ ବୟସରେ ତା’ର ମୃତ୍ୟୁ ହୋଇଛି ।

   Related Posts