Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

27/09/2020 at 10:51 PM

ଭୁବନେଶ୍ୱର୨୭/୯: ଓଡ଼ିଆ ବୈଜ୍ଞାନିକଙ୍କୁ ମିଳିବ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର। ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ‘ଶାନ୍ତି ସ୍ୱରୂପ ଭଟ୍ଟନାଗର ପୁରସ୍କାର’ ମିଳିବ। ଏହି ପୁରସ୍କାର ପାଇବାରେ ଜ୍ୟୋତିର୍ମୟୀ ପ୍ରଥମ ଓଡ଼ିଆ ମହିଳା ବୋଲି ସୂଚନା ମିଳିଛି। ରସାୟନିକ ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କ ଏହି ପୁରସ୍କାର ମିଳିବ। ପୁରସ୍କାର ପାଇବା ପାଇଁ ୧୨ ଜଣ ବୈଜ୍ଞାନିକଙ୍କ ମଧ୍ୟରେ ଜଣେ ହେଉଛନ୍ତି ଜ୍ୟୋତିର୍ମୟୀ। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା-୨୦୨୦ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବାକୁ କାଉନସିଲ୍‌ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ-CSIRର ପ୍ରତିଷ୍ଠା ଦିବସ ଅବସରରେ ଘୋଷଣା କରାଯାଇଛି। ଜଗତସିଂହପୁର ଜିଲ୍ଲାରେ ଜନ୍ମିତ ଜ୍ୟୋତିର୍ମୟୀ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରସାୟନ ବିଜ୍ଞାନରେ ସ୍ନାତକୋତ୍ତର କରିଥିବା ବେଳେ ଆଇଆଇଟି କାନପୁରରୁ ସେ ଡକ୍ଟରେଟ୍ ଡିଗ୍ରୀ ହାସଲ କରିଛନ୍ତି।

   Related Posts