Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ

20/07/2021 at 8:16 PM

ଭୁବନେଶ୍ଵର ୨୦।୦୭:  ଓଡ଼ିଶାର ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ଶ୍ରୀ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ଭାରତ ସରକାର ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି। ଶ୍ରୀ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ।

ସୂଚାନଯୋଗ୍ୟ, ଶ୍ରୀ ପ୍ରଧାନ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି ।  ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ  ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି ।

୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

   Related Posts