Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଓଡ଼ିଶା ଫେରିବେ ଓଡ଼ିଆ ଶ୍ରମିକ: ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ, ଭିଡିଓ କନ୍‌ଫରେନ୍ସିଂରେ ସାମିଲ ଥିଲେ ଧର୍ମେନ୍ଦ୍ର

26/04/2020 at 4:24 PM

ଭୁବନେଶ୍ବର୨୬/୪: ଗୁଜୁରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କୁ ଫେରାଇବାକୁ ରାଜ୍ୟ ସରକାର ଜୋରଦାର ପ୍ରୟାସ ଜାରିି ରଖିଛନ୍ତି। ଏହି ଶ୍ରମିକମାନଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମଧ୍ୟରେ ଭିଡିଓ କନଫରେନ୍ସିଂରେ ଆଲୋଚନା ହୋଇଛି। ଏହି ଆଲୋଚନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀରୁ ଭିଡିଓ କନଫରେନସିଂରେ ସାମିଲ ହୋଇଥିଲେ।

ଲକଡାଉନ୍ ପରେ ସେଠାରେ ଥିବା ଓଡ଼ିଆଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଅଣାଯିବ ସେନେଇ ଆଲୋଚନା ହୋଇଛି। ଆଲୋଚନାରେ ଗୃହୀତ ପ୍ରସ୍ତାବ ଅନୁସାରେ ଗୁଜରାଟରୁ ଓଡ଼ିଆ ଶ୍ରମିକଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଦୁଇ ରାଜ୍ୟରୁ ଦୁଇ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ସମନ୍ବୟ କମିଟି ଗଠନ କରାଯିବ। ପ୍ରବାସୀ ଶ୍ରମିକ ମାନଙ୍କୁ ବସ୍  ଯୋଗେ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯିବ।

ଏହାସହିତ ଅନ୍ୟ ପରିବହନ ମାଧ୍ୟମ ସଂପର୍କରେ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ। ଓଡ଼ିଶାକୁ ଫେରିବାକୁ ଚାହୁଁଥିବା ସବୁ ବ୍ୟକ୍ତିଙ୍କର ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯିବ ଯାହାଦ୍ବାରା ସେମାନେ ଓଡ଼ିଶା ଫେରିବା ପରେ କ୍ବାରାଣ୍ଟାଇନ୍ ରେ ରହା ସହିତ ଅନ୍ୟାନ୍ୟ ସୁବିଧା ପାଇପାରିବେ। ଗୁଜରାଟରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ବର ରୋଡ ଟ୍ୟାକ୍ସ ଛାଡ଼ କରିବା ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଛତିଶଗଡ଼ ସରକାରଙ୍କୁ ଅନୁରୋଧ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

   Related Posts