Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ବିଜେପିରେ ଯୋଗଦେଲେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର

24/03/2019 at 4:27 PM

ଭୁବନେଶ୍ବର ୨୪|୩ : ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ଆଜି ବିଜେପିରେ ଯୋଗଦେଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଆନୁଷ୍ଠାନିକ ଭାବେ ବିଜେପି ଦଳରେ ଯୋଗ ଦେଇଛନ୍ତି ।  

ସୂଚନା ଅନୁସାରେ ପ୍ରକାଶ ମିଶ୍ରଙ୍କୁ ବିଜେପି କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିବ। ସେଥିପାଇଁ କଟକ ଲୋକସଭା ଆସନରୁ ଆଶାୟୀ ଥିବା ଦଳର ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟଙ୍କୁ ରାଜ୍ୟ ଉପସଭାପତି ଭାବେ ପ୍ରତ୍ୟୁଷା ରାଜେଶ୍ବରୀ ଓ ସୁବାସ ଚୌହାନଙ୍କ ସହ ଅବସ୍ଥାପିତ କରାଯାଇଛି। ପୀତାମ୍ବରଙ୍କୁ ଦଳର ଉପସଭାପତି ଭାବେ ନିଯୁକ୍ତି ଦିଆଯାଇ ପ୍ରକାଶ ମିଶ୍ରଙ୍କୁ ଦଳୀୟ ଟିକେଟ୍ ଦିଆଯିବ ।

ସୂଚନାଯୋଗ୍ୟ ଯେ, ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ ପ୍ରକାଶ ମିଶ୍ର ରାଜ୍ୟର ପୋଲିସ ଡିଜି ଥିବାବେଳେ ତାଙ୍କୁ ବିଜେଡି ସରକାର ନାନା ଉପାୟରେ ହଇରାଣ କରିଥିଲା। ସିବିଆଇ ନିର୍ଦ୍ଦେଶକ ପଦ ପାଇଁ ତାଙ୍କ ନାଁ ସର୍ବାଗ୍ରେ ଥିବା ବେଳେ ତାଙ୍କ ନାଁରେ ବିଜେଡି ସରକାର ଜାଣିଶୁଣି ମିଥ୍ୟା ଦୁର୍ନୀତି ଅଭିଯୋଗ ଆଣି ଥିଲା । ଯାହାକି ପରେ ହାଇକୋର୍ଟରେ ଖାରଜ ହୋଇଥିଲା। କୋର୍ଟ ଏଥିପାଇଁ ସରକାର ଓ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନାମରେ କଡା ଟିପ୍ପଣୀ ଦେଇଥିଲେ।

   Related Posts