Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାଜ୍ୟରେ କରୋନା ନେଲା ଆଉ ୧୪ଜଣଙ୍କ ଜୀବନ, ୨୦୬୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

2/05/2021 at 8:31 AM

ଭୁବନେଶ୍ୱର ୦୨।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୦୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୬୨୬୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୪୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୧୦୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୦୧୮୦୬୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts