Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍

30/07/2021 at 1:16 PM

ଭୁବନେଶ୍ବର ୩୦।୭: ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ ସଦସ୍ୟଙ୍କ ପିଏସ୍ ଙ୍କ ଘରେ ଭିଜିଲାନ୍ସ ଚଢାଉ । ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭୁବନେଶ୍ବର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ନୀଳାଦ୍ରି ବିହାର ସ୍ଥିତ ବାସଭବନ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି ରହିଛି ।  

ଓଡିଶା କର୍ମଚାରୀ ଚୟନ ଆୟୋଗର ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁଙ୍କ ଭୁବନେଶ୍ବର ସ୍ଥିତ ବାସଭବନ ସହ ଭୁବନେଶ୍ବର ଏବଂ କଟକର ୬ଟି ସ୍ଥାନରେ ଚାଲିଛି ଚଢାଉ ।  ଓଡିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ୪ଜଣ  ଡିଏସପି, ୧୩ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ୩ଟି ଟିମ୍ ରେ ବିଭକ୍ତ ହୋଇ ଚଢାଉରେ ସାମିଲ ହୋଇଛନ୍ତି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି । ଦୁଇ ମହଲା କୋଠା, ୯ଟି ପ୍ଲଟ୍ ଏପର୍ଯ୍ୟନ୍ତ ମିଳିଛି । ତାଙ୍କ ଘରୁ ବିପୁଳ ପରିମାଣର ନଗଦ ଟଙ୍କା ମଧ୍ୟ ଜବତ କରାଯାଇଥିଲା । ବିରଞ୍ଚି ସାହୁଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ଟଙ୍କା ଜବତ କରାଯାଇଛି ।  

   Related Posts