ଦିଲ୍ଲୀରେ ଅକ୍ସିଜେନ୍ ସଙ୍କଟ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରୁ ପଠାଗଲା ଅକ୍ସିଜେନ୍ ଟ୍ୟାଙ୍କର

Published By : Prameya-News7 Bureau | April 23, 2021 IST

ରାଉରକେଲା ୨୩।୪: ରାଉରକେଲାରୁ ଅକ୍ସିଜେନ ପଠାଗଲା ଦିଲ୍ଲୀ । ରାଉରକେଲା ଷ୍ଟିଲ ପ୍ଲାଣ୍ଟରୁ ଦିଲ୍ଲୀକୁ ଅକ୍ସିଜେନ୍ ପଠାଯାଇଛି । ୨୩ ଟନର ଏକ ଅକ୍ସିଜେନ ଟ୍ୟାଙ୍କର ଗୁରୁବାର ରାତିରେ ଦିଲ୍ଲୀ ପଠାଯାଇଛି । କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଅକ୍ସିଜେନ ପଠାଯାଇଥିବା ଜଣାପଡିଛି । ଶୁକ୍ରବାର ଆହୁରି ଅକ୍ସିଜେନ ରାଉରକେଲା ଷ୍ଟିଲ ପ୍ଲାଣ୍ଟରୁ ଦିଲ୍ଲୀ ପଠାଯିବ ବୋଲି ସୂଚନା ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ଦେଶରେ ଏଭଳି ଅକ୍ସିଜେନ ସଙ୍କଟ ବେଳେ ଦିଲ୍ଲୀରେ ଯେଉଁ ଅକ୍ସିଜେନ୍ ଅଭାବ ଦେଖାଦେଇଛି ତାର କିଛି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଅକ୍ସିଜେନ ଯୋଗାଇ ଦେବାକୁ ଘୋଷଣା କରିଥିଲେ । ଓଡିଶା, ଦିଲ୍ଲୀକୁ ଅକ୍ସିଜେନ ଯୋଗାଇ ଦେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ସ୍ପଷ୍ଟ କରିଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେଜ୍ରିୱାଲ ଧନ୍ୟବାଦ ମଧ୍ୟ ଜଣାଇଥିଲେ।

ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମିତଙ୍କ ପାଇଁ ମେଡିକାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି । ଗତ ଏକ ସପ୍ତାହ ମଧ୍ୟରେ  ହସ୍ପିଟାଲରେ ଅକ୍ସିଜେନ୍ ସିଲିଣ୍ଡରର ଅଭାବ ଦେଖାଦେଇଛି । ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ଖବର ଆସିବାରେ ଲାଗିଛି । ଏଭଳି ସ୍ଥିତିରେ ଓଡିଶା ସରକାର ସାରା ଦେଶକୁ ସହଯୋଗ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.