Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ନବରଙ୍ଗପୁର ଚାଷୀଙ୍କ ରଣହୁଙ୍କାର, ଚନ୍ଦାହାଣ୍ଡିରୁ ଆରମ୍ଭ ହେଲା ୧୩୦ କିମି ପଦଯାତ୍ରା

3/03/2021 at 5:10 PM

ନବରଙ୍ଗପୁର ୦୩।୦୩: ନବରଙ୍ଗପୁର ଜିଲ୍ଲାରେ ଚାଲିଥିବା ମଣ୍ଡି ଦୁର୍ନୀତି ପ୍ରତିବାଦରେ ଆଜି  ଚାଷୀ ନେତା ଖେମରାଜ ବାଘଙ୍କ ନେତୃତ୍ୱରେ ଚନ୍ଦାହାଣ୍ଡିଠାରୁ ନବରଙ୍ଗପୁର ପର୍ଯ୍ୟନ୍ତ ଦୀର୍ଘ ୧୩୦ କିମି  କିଷାନ୍ ପଦଯାତ୍ରା ଆଜି ଆରମ୍ଭ  ହୋଇଛି।

ଆଜି ଶତାଧିକ ଚାଷୀ ଚନ୍ଦାହାଣ୍ଡି ଲେମ୍ପ୍ସ ଠାରେ ଏକତ୍ରିତ ହୋଇ ପଦଯାତ୍ରାରେ ଭାଗ ନେଇଥିଲେ । ଗ୍ରାମ୍ୟ  ପୂଜାରୀ ସ୍ଥାନୀୟ ପେଣ୍ଡ୍ରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପଦଯାତ୍ରା ଆରମ୍ଭ ହୋଇଥିଲା । ଏହି ପଦ ଯାତ୍ରା ଝରିଗାଁ, ଉମରକୋଟ, ଡାବୁଗାଁ, ପାପଡାହାଣ୍ଡି ଦେଇ ବିଭିନ୍ନ ଗ୍ରାମରେ ରହଣୀ କରି ୮ ତାରିଖ ଦିନ ନବରଙ୍ଗପୁର ଜିଲ୍ଲାପାଳ ଅଫିସ୍ ଠାରେ ପହଞ୍ଚିଛି।

ଏ ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ମାନ୍ୟବର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ବାଘ ପ୍ରକାଶ କରିଛନ୍ତି। ବିଭିନ୍ନ ଦାବି ନେଇ ଅନୁଷ୍ଠିତ ଏହି ପଦଯାତ୍ରାରେ ଚନ୍ଦାହାଣ୍ଡି  ମଣ୍ଡି ଦୁର୍ନୀତି, ଜଙ୍ଗଲ ଜମି ପଟ୍ଟାର ଅଧିକାର, ମଣ୍ଡି ଦୁର୍ନୀତିରେ ଜଡ଼ିତ ବ୍ୟକ୍ତି ଓ ମିଲରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ମଣ୍ଡିରୁ ସମସ୍ତ ଚାଷୀଙ୍କ ଧାନ ଉଠିବା ଓ ଧାନ ବିକ୍ରି କରି ପଇସା ପାଇ ନଥିବା ଚାଷୀ ଶୀଘ୍ର ପଇସା ପ୍ରଦାନ ଆଦି ଦାବି ଗୁଡ଼ିକ ରହିଛି। ଆଜିର କାର୍ଯ୍ୟକ୍ରମରେ ପଦଯାତ୍ରାର ଆବାହକ ତଥା ଚାଷୀ ନେତା ଖେମରାଜ ବାଘଙ୍କ  ସମେତ  ବହୁଚାଷୀ ଯୋଗ ଦେଇଛନ୍ତି ।

   Related Posts