Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବଲାଙ୍ଗିରରେ ନଭେମ୍ବର ୨୯ରୁ ଖରିଫ ଧାନ କ୍ରୟ ଆରମ୍ଭ, ଏମିତି ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

12/11/2021 at 10:43 PM

ବଲାଙ୍ଗିର ୧୨/୧୧: ବଲାଙ୍ଗିର ଜିଲ୍ଲାରେ ଆସନ୍ତା ଖରିଫ ଧାନକ୍ରୟ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୨୯ ତାରିଖରେ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଜିଲ୍ଲାର ୧୫୮ଟି ପ୍ୟାକ୍ସ ସମେତ ୧୪ଟି ମହିଳା ଏସଏଚଜି ଗ୍ରୁପଙ୍କ ଜରିଆରେ ଜିଲ୍ଲାରେ ଧାନ କିଣାଯିବ ବୋଲି ବଲାଙ୍ଗିରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଆସନ୍ତା ନଭେମ୍ବର ୨୯ ତାରିଖରୁ ବଲାଙ୍ଗୀର ଜିଲ୍ଲାରେ ଚାଷୀଙ୍କ ଠାରୁ ଖରିଫ ଧାନ ସଂଗ୍ରହ ଆରମ୍ଭ କରାଯିବ । ଜିଲ୍ଲାପାଳ ଚଞ୍ଚଲ ରାଣାଙ୍କ ଅଧ୍ୟକ୍ଷତାରେ DRDA ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ସମେତ ସାଂସଦ, କଣ୍ଟାବାଞ୍ଜି ବିଧାୟକ, ଟିଟିଲାଗଡ଼ ବିଧାୟିକା ଓ ଲୋଇସିଂହା ବିଧାୟକଙ୍କ ପ୍ରତିନିଧି, ଜିଲ୍ଲା ଖାଦ୍ୟ ଓ ଯୋଗାଣ ବିଭାଗ, ସମବାୟ ବିଭାଗର ଅଧିକାରୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, ଚାଷୀ ପ୍ରତିନିଧି ଓ ମିଲର୍ସ ସଂଘ ଏହି ବୈଠକରେ ଯୋଗ ଦେଇଥିଲେ ।

ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ଗାଇଡ଼ଲାଇନ ଅନୁସାରେ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ହେବ । ଧାନ ବିକ୍ରି କରିବାରୁ କୌଣସି ଚାଷୀ ଯେମିତି ବାଦ ନପଡ଼ନ୍ତି ସେନେଇ ବୈଠକରେ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

   Related Posts