Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ, ୭୧ଲକ୍ଷ ମେଟ୍ରିକ୍ ଟନ୍ ସଂଗ୍ରହ ପାଇଁ ଲକ୍ଷ୍ୟ

28/10/2020 at 4:26 PM

ଭୁବନେଶ୍ବର ୨୮।୧୦: ନଭେମ୍ବର ୧ରୁ ଆରମ୍ଭ ହେବ ଖରିଫ ଧାନ ସଂଗ୍ରହ । ନଭେମ୍ବର ୧ରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ଖରିଫ ଧାନ ସଂଗ୍ରହ ହେବ । ଯୋଗାଣ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଚଳିତବର୍ଷ ୧୪.୯୭ ଲକ୍ଷ ଚାଷୀ ପଞ୍ଜିକରଣ କରିଛନ୍ତି । ୨୦୨୦-୨୧ରେ ଖରିଫ ଏବଂ ରବିରେ ୭୧ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହି ଲକ୍ଷ୍ୟକୁ ଯୋଗାଣ ମନ୍ତ୍ରୀ ଚାହିଁଲେ ପରିବର୍ତ୍ତନ କରିପାରିବେ । ପି-ପାସ୍ ବ୍ୟବସ୍ଥାରେ ଯାହା ତ୍ରୁଟି ପରିଲିଖିତ ହୋଇଥିଲା ସେସବୁ ସମାଧାନ କରାଯାଇଛି । ଯେଉଁଠି ଚାଷୀଙ୍କର କିଛି ଅସୁବିଧା ହେବ ତାକୁ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୪ ଘଣ୍ଟାରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ଯୋଗାଣ ନିଗମ ଏମଡି ବିଶ୍ବଜିତ ଦାସ ସୂଚନା ଦେଇଛନ୍ତି ।

ଖରିଫ ଧାନ ସଂଗ୍ରହ ନେଇ ଯୋଗାଣ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ଏଥିରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

   Related Posts