Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଭିଜିଲାନ୍ସ ଜାଲରେ ପିଇଓ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛାନ୍‌ଭିନ୍ ଜାରି

28/12/2020 at 10:01 AM

ବରଗଡ ୨୮।୧୨: ଭିଜିଲାନ୍ସ ଜାଲରେ ପିଇଓ । ବରଗଡ ଜିଲ୍ଲା ପଦ୍ମପୁର ତାଲପାଲି ପିଇଓ ପାଣ୍ଡବ ନନ୍ଦଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଗାଇସିଲେଟ୍ ସ୍ଥିତ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ଚଢାଉ କରିଥିବା ଜଣାପଡିଛି । ସମ୍ବଲପୁର ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶରେ ଚଢାଉ ଜାରି ରହିଥିବା ସୂଚନା ମିଳିଛି ।

ପାଣ୍ଡବଙ୍କ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନ୍‌ଭିନ୍ କରୁଛି ଭିଜିଲାନ୍ସ । ବ୍ୟାଙ୍କ୍ ପାସ୍‌ବୁକ୍‌ର ମଧ୍ୟ ଯାଞ୍ଚ ଚାଲିଛି । ତେବେ ଏପର୍ଯ୍ୟନ୍ତ କେତେ ସମ୍ପତ୍ତି ଠାବ ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିନାହିଁ ।

ସେପଟେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଥୁଆପଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍ କରାଯାଇଛି । ପଞ୍ଚାୟତ କାର୍ଯ୍ୟାଳୟ ସମେତ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।

   Related Posts