ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଗୁରୁତର, ଟାଟା ମେଡିକାଲରୁ ସମ୍‌କୁ ହେଲେ ସ୍ଥାନାନ୍ତର

Published By : Prameya-News7 Bureau | December 04, 2021 IST

ଯାଜପୁର, ୦୪/୧୨: କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଗୁରୁତର ରହିଛି। ତେଣୁ ଅଧିକ ଚିକିତ୍ସା ପାଇଁ ଆଜି ସନ୍ଧ୍ୟାରେ ତାଙ୍କୁ କଳିଙ୍ଗନଗର ଟାଟା ମେଡିକାଲର କୋଭିଡ ହସ୍ପିଟାଲରୁ ଭୁବନେଶ୍ବର ସ୍ଥିତ ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗତ ୨୯ ତାରିଖରେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ବା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ପ୍ରଥମେ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ ଗତ ୩୦ ତାରିଖରେ ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ କଳିଙ୍ଗନଗର ସ୍ଥିତ ଟାଟା ମେଡିକାଲର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ତେବେ ସେବେଠାରୁ ଟାଟା କୋଭିଡ ହସ୍ପିଟାଲରେ ରହି ନନ୍ଦ ସାର ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯାଇଥିଲା। ଖବର ପାଇ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୋଭିଡ ହସ୍ପିଟାଲରେ ପହଞ୍ଚି ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଦାରଖ କରିଥିଲେ। ନନ୍ଦ ସାରଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେଉଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ତତ୍ତ୍ୱାବଧାନରେ ନନ୍ଦ ସାରଙ୍କୁ ସମ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.