Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ମହାପ୍ରଭୁଙ୍କ ପଇତାଲାଗି ନୀତି, ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ

18/11/2019 at 12:31 PM

ପୁରୀ ୧୮।୧୧ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନିତି ବିଧି ପରମ୍ପରା ଅନୁସାରେ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ହୋଇଥିବାରୁ ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ ଯେ , ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢ଼ି ଦ୍ବିତୀୟ ଭୋଗମଣ୍ତପ ଉଠିବା ପରେ ଦଇତାପତି ମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ନିଷ୍ଠାର ସହ ସମ୍ପର୍ଣ୍ଣ କରିବେ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ବାର ବନ୍ଦ ରହିବ। ଦ୍ବିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବା ବିଧି ରହିଛି। ଅପରାହ୍ନ ୪ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି।ତେବେ ମହାପ୍ରଭୁଙ୍କୁ ଏହି ଗୁପ୍ତ ନୀତି ସରିବା ପରେ ପୁନର୍ବାର ସାଧାରଣ ଦର୍ଶନ ଆରମ୍ଭ ହେବ ।

   Related Posts