Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚେତୁନାହାଁନ୍ତି ଅମାନିଆ : ବିଭିନ୍ନ ଆଳ କରି ବଜାରରେ ବୁଲୁଛନ୍ତି, ଫାଇନ୍ ବି ଗଣୁଛନ୍ତି
  • ||
  • ‘ଟିକାରୁ ଜିଏସଟି ଛାଡ କର’ : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
  • ||
  • ଭୟଙ୍କର : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୪ ଲକ୍ଷ ୧୪ ହଜାରରୁ ଅଧିକ ପଜିଟିଭ୍, ୩୯୧୫ ମୃତ
  • ||
  • କରୋନା ରୋଗୀଙ୍କୁ ମେଡିସିନ୍ ନେଇ ଜାରି ହେଲା ଏସଓପି : ଆକ୍ରାନ୍ତଙ୍କୁ ଇଞ୍ଜେକ୍ସନ ଦେବା ପୂର୍ବରୁ ଯାଞ୍ଚ ହେବ ସ୍ୱାସ୍ଥ୍ୟାବସ୍ଥା
  • ||
  • ରାଜସ୍ଥାନରେ ୧୪ ଦିନିଆ ଲକ୍‌ଡାଉନ୍‌ ଲଗାଇଲେ ସରକାର, ୩୧ ଯାଏଁ ହୋଇପାରିବନି ବିବାହ
  • ||
  • ପଶୁପକ୍ଷୀଙ୍କୁ ମଧ୍ୟ ହେଉଛି କରୋନା, ଆଗରୁ ଆହୁରି ହେବେ ସଂକ୍ରମିତ ! ଚିନ୍ତାରେ ସରକାର
  • ||
  • ଛୋଟ ପିଲାଙ୍କ ପ୍ରତି ବିପଦ ବେଶୀ, ଦୈନିକ ୫୦୦ ଶିଶୁ ହେଉଛନ୍ତି କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ୨୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା, ଗ୍ରାମବାସୀ ଭୟଭୀତ
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ ପଜିଟିଭ୍
  • ||

ପରଭେଜ ମୁଶର୍ରଫଙ୍କୁ ଫାଶୀଦଣ୍ଡାଦେଶ ଶୁଣାଇଥିବା ପାକିସ୍ତାନୀ ବିଚାରପତିଙ୍କ କରୋନାରେ ମୃତ୍ୟୁ

13/11/2020 at 6:24 PM

ପେଶାବର ୧୩।୧୧: ପାକିସ୍ତାନ ପେଶାବର ହାଇକୋର୍ଟର ମୁଖ୍ୟ ବିଚାରପତି ବକାର ଅହମ୍ମଦ ସେଠ୍‌ କରୋନାରେ ପ୍ରାଣ ହରାଇଛନ୍ତି। ୫୯ ବର୍ଷ ବୟସ୍କ ଜଷ୍ଟିସ୍‌ ସେଠ ଗତ ଅକ୍ଟୋବର ୨୨ ତାରିଖ ଦିନ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କୁ ପେଶାବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ  ଇସ୍ଲାମାବାଦ କୁଲସୁମ ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

ଜୁନ ୨୦୧୮ରେ ଜଷ୍ଟିସ ସେଠ୍ ପେଶାବର ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହୋଇଥିଲେ। ମୁଖ୍ୟ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳରେ ସେ ପୂର୍ବତନ ସେନା ରାଷ୍ଟ୍ରପତି ପରଭେଜ ମୁଶର୍ରଫଙ୍କ ରାଜଦ୍ରୋହ ମାମଲାର ଶୁଣାଣି କରିଥିଲେ। ଏହି ମାମଲାର  ଜଷ୍ଟିସ୍‌ ସେଠ ରାୟ ଘୋଷଣା କରି ପରଭେଜ ମୁଶର୍ରଫଙ୍କୁ ମୃତ୍ୟୁଦଣ୍ଡାଦେଶ କରିଥିଲେ।

ଜଷ୍ଟିସ ସେଠଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ନ୍ୟାସନାଲ ଆସେମ୍ବ୍ଲି ବାଚସ୍ପତି ଅସଦ କୈଦର ଓ ସେନାମୁଖ୍ୟ ଜେନେରାଲ କମର ଜାଭେଦ ବଜୱା ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ଟ୍ୱିଟ୍‌ ହ୍ୟାଣ୍ଡଲରେ ଜଷ୍ଟିସ ସେଠଙ୍କ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

   Related Posts