ଲାହୋର, ୦୩|୦୭ : ଭାରତ ବିରୋଧରେ ସର୍ବଦା ମନ୍ତବ୍ୟ ଦେଉଥିବା ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କ୍ୟୁରୋସୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶୁକ୍ରବାର ତାଙ୍କର କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ସେ ଟ୍ୱିଟ୍ କରି କହିଛନ୍ତି ଯେ, ଶୁକ୍ରବାର ଅପରାହ୍ନରେ ସେ ଅସୁସ୍ଥ ଅନୁଭବ କରିଥିଲେ । ଏହାପରେ ତୁରନ୍ତ ନିଜକୁ ଘରେ କ୍ୱାରେଣ୍ଟାଇନରେ ରଖିଥିଲେ । ପରେ ତାଙ୍କର ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଥିଲା । ତେବେ ଘରେ ରହି ସେ ଅଫିସ୍ କାମ କରିବେ ବୋଲି କହିଛନ୍ତି ।
ଏହାପୂର୍ବରୁ ପାକିସ୍ତାନ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି କରୋନା ଭାଇରସରେ ସଂକ୍ରମିତ ହୋଇଥିଲେ। ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଟେଷ୍ଟ୍ କରାଇ ଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା।