Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ପୁଣି ପାକିସ୍ତାନର ଅସ୍ତ୍ର ବିରତି ଉଲଂଘନ : ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟୁ ଗୁଳି ମାଡ

15/02/2019 at 5:24 PM

ପୁଞ୍ଚ ୧୫|୨: ଜାମ୍ମୁକାଶ୍ମୀର ପୁଲଓ୍ବାଲାମାରେ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଲୋକଙ୍କ ମନରୁ ନଲିଭୁଣୁ ପୁଣି ଅସ୍ତ୍ର ବିରତି ଉଲଂଘନ କରିଛି ପାକିସ୍ତାନ । ଜାମ୍ମୁକାଶ୍ମୀର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟୁ ଗୁଳି ବର୍ଷା କରାଯାଇଛି । ଭାରତୀୟ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଜବାବ ଦେଉଛନ୍ତି ।

ଗତକାଲି ଶ୍ରୀନଗର-ଜମ୍ମୁ ହାଇୱେରେ ସିଆରପିଏଫ୍ ଯବାନମାନଙ୍କୁ ନେଇ ୭୦ଟି ବସ୍ ଯାଉଥିବା ବେଳେ ଅୱନ୍ତିପୁରାଠାରେ ହଠାତ୍ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଏକ ଆଇଇଡି ବିସ୍ଫୋରକ ଭର୍ତ୍ତି ଗାଡ଼ି ସିଧା ଆସି ଦୁଇଟି ସିଆରପିଏଫ୍ ବସକୁ ଧକ୍କା ଦେଇଥିଲା । ଫଳରେ ବଡ ଧରଣର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଫଳରେ ୩୭ଜଣ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ସିଆରପିଏଫର ୨୫ ଶହ ୪୭ଜଣ ଯବାନ ଏକ ଟ୍ରାଂଜିଟ କ୍ୟାମ୍ପରୁ ଜମ୍ମୁରୁ ଶ୍ରୀନଗର ଯାଉଥିବାବେଳେ ଆତଙ୍କୀ ହମଲା କରିଥିଲେ ।

   Related Posts