Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଫେବ୍ରୁଆରୀ ୧୨ରୁ ପଞ୍ଚାୟତ ଭୋଟ୍ ! ୫ଟି ପର୍ଯ୍ୟାୟରେ ହୋଇପାରେ ନିର୍ବାଚନ

5/10/2021 at 11:04 AM

ଭୁବନେଶ୍ୱର ୦୫।୧୦ : ପଞ୍ଚାୟତ ନିର୍ବାଚନ ପାଇଁ ଏକପ୍ରକାର ବିଗୁଲ ବାଜିଲାଣି । ଫେବ୍ରୁଆରୀ ୧୨ରୁ ଆରମ୍ଭ ହୋଇପାରେ ପଞ୍ଚାୟତ ଭୋଟ । ୫ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ତାଲିକା ସ୍ଥିର ହୋଇଥିବା ଜଣାପଡିଛି । ମାର୍ଚ୍ଚ ୫ ସୁଦ୍ଧା ଫଳ ପ୍ରକାଶ ସହ ନୂଆ ଲୋକ ପ୍ରତିନିଧି ଦାୟିତ୍ୱ ଗ୍ରହଣ କରିବେ । ତେବେ କେଉଁ ତାରିଖରେ ଭୋଟ୍ ହେବ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ନିର୍ବାଚନ କମିଶନ ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୮ରେ ପଞ୍ଚାୟତ ଓ ପଞ୍ଚାୟତ ସମତି ପଦବୀ ପାଇଁ ପ୍ରାଥମିକ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୨୬ରେ ଜାରି ହେବ ଚୂଡ଼ାନ୍ତ ତାଲିକା । ସେହିଭଳି ଜିଲ୍ଲା ପରିଷଦ ପଦବି ପାଇଁ ୮ ରେ ଚିଠା ସଂରକ୍ଷଣ ତାଲିକା ଓ ୩୦ରେ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ୧୬ରେ ଚିଠା ଏବଂ ୨୬ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଏଥିପାଇଁ ପ୍ରସ୍ତୁତି ତ୍ୱରିତ କରିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି ।

ଆସନ୍ତା ୨୦୨୨ ମାର୍ଚ୍ଚ ୫ ରେ ଚଳିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର କାର୍ଯ୍ୟକାଳ ଶେଷ ହେବ । ତେଣୁ ନିୟମ ଅନୁସାରେ ତା’ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସାରିବାକୁ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସରକାରୀ ପ୍ରସ୍ତୁତି ଜୋର ଧରିଛି  । ଚଳିତ ଅକ୍ଟୋବର ୩୦ ସୁଦ୍ଧା ସଂରକ୍ଷଣ ପ୍ରକିୟା ଚୂଡ଼ାନ୍ତ ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ହସ୍ତାନ୍ତର କରାଯିବ । ୱାର୍ଡମେମ୍ବର, ସରପଞ୍ଚ, ସମତିସଭ୍ୟ ଓ ବ୍ଲକ ଅଧ୍ୟକ୍ଷ ପଦ ପାଇଁ ୮ରେ ଚିଠା ତାଲିକା ପ୍ରକାଶ ପରେ ୧୬ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ । ୨୧ ସୁଦ୍ଧା ସଂରକ୍ଷଣ ନେଇ ଅଭିଯୋଗ ଉପରେ ଶୁଣାଣି ପରେ ୨୬ରେ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶନ ସହ ନିର୍ବାଚନ କମିଶନଙ୍କୁ ହସ୍ତାନ୍ତର କରାଯିବ । ସେହିଭଳି ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ପଦବିର ସଂରକ୍ଷଣ ଚିଠା ତାଲିକା ୮ରେ ସର୍ବସାଧାରଣଙ୍କ ଅବଗତି ପାଇଁ ଜାରି ହେବ । ଏ ତାଲିକା ଉପରେ ସାଧାରଣରୁ ୧୮ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ୨୨ ସୁଦ୍ଧା ଜିଲ୍ଲାପାଳ ଶୁଣାଣି କରି ଫଏସଲା କରିବେ । ୨୯ରେ ସରକାରୀ ଅନୁମୋଦନ ପରେ ୩୦ରେ ଚୂଡ଼ାନ୍ତ ତାଲିକା କମିଶନଙ୍କ ନିକଟରେ ସକାର ଦାଖଲ କରିବେ ।

   Related Posts