Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ପହିଲି ପଞ୍ଚୁକ ନେଇ ଧବଳେଶ୍ବର ପୀଠ ଚଳଚଞ୍ଚଳ: ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

8/11/2019 at 7:13 AM

ଆଠଗଡ ୮।୧୧ :   ଆଜି ପହିଲି ପଞ୍ଚୁକ। ମହା କାର୍ତ୍ତିକ ମାସର ଶେଷ ପର୍ବ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ ।

ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍ ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ଦୁଇଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ,  ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥାଏ ।  ଭସମସ୍ତ ରୀତିନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଏ । ପଞ୍ଚୁକ ପାଞ୍ଚ ଦିନରେ ମହାପ୍ରଭୁ ଧବଳେଶ୍ୱରଙ୍କ ବଡ଼ସିଂହାର ବେଶ ହେବାକୁ ଥିବା ବେଳେ ପୂର୍ଣ୍ଣିମା ଦିନ ଯୋଗୀ ବେଶ ରେ ଦର୍ଶନ ଦେବେ।  ପ୍ରଶାସନ ଓ  ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

   Related Posts