Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଆଠଗଡ଼ରୁ ଉଦ୍ଧାର ହେଲା ୩ କେଜି ଓଜନର ବଜ୍ରକାପ୍ତା, ଜଙ୍ଗଲରେ ନେଇ ଛାଡ଼ିଲେ ରେଞ୍ଜର

17/06/2021 at 8:57 PM

ଆଠଗଡ଼, ୧୭/ ୦୬ : ଆଠଗଡ଼ରୁ ଏକ ବଜ୍ରକାପ୍ତାକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛାଡି ଦିଆ ଯାଇଛି। ଆଠଗଡ଼ ସବଡ଼ିଭିଜନ ବନଖଣ୍ଡର ଆଠଗଡ଼ ରେଞ୍ଜର ଲକ୍ଷ୍ମୀ ନାରାୟଣ ପୁର ( ଶୋଲଗାଡିଆ) ଗ୍ରାମର ପ୍ରଣୟ ପ୍ରଧାନଙ୍କ ବାରିପଟରେ ଏକ ବଜ୍ରକାପ୍ତା ବୁଲୁଥିବା ଦେଖିବାକୁ ମିଳିଥିଲା। ସେହି ଗ୍ରାମର ଯୁବକମାନେ ବଜ୍ରକାପ୍ତାଟିକୁ ଉଦ୍ଧାର କରି ଗାଁର ମଣ୍ଡପକୁ ଆଣି ବନବିଭାଗକୁ ଖବର ଦେଇଥିଲେ।

ଖବର ପାଇ ବନ ବିଭାଗର ମୋବାଇଲ ସ୍କ୍ୱାର୍ଡ ରେଞ୍ଜର ସୁରେଶ କୁମାର ଷଡଙ୍ଗୀଙ୍କ ସହ ବନ ବିଭାଗର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ବଜ୍ରକାପ୍ତାଟିକୁ ଉଦ୍ଧାର କରି ବନ ବିଭାଗର କାର୍ଯ୍ୟାଳୟକୁ ଆଣିଥିଲେ। ଆଠଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ତିନି କେଜି ଓଜନର ଉକ୍ତ ମାଈ ଵଜ୍ରକାପ୍ତାର ଡ଼ାକ୍ତରୀ ପରୀକ୍ଷା ପରେ ତାକୁ ବଡ଼ମ୍ବା ରେଞ୍ଜର ଗିରିମି ଖୋଲ ସଂରକ୍ଷିତ ଜଙ୍ଗଲରେ ଛଡ଼ା ଯାଇଥିବା ସୂଚନା ମିଳିଛି।

   Related Posts