ଆଗପଛ ହୋଇ ଚାଲିଗଲେ ୨ ସାଙ୍ଗ: ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଚାଲିଗଲା ଅନ୍ୟ ଜଣଙ୍କ ଜୀବନ
29/07/2020 at 4:28 PM

ଅନୁଗୁଳ୨୯/୭: ପାଣିରେ ବୁଡ଼ି ୨ ଯୁବକଙ୍କ ମୃତ୍ୟୁ। ଅନୁଗୁଳ ଜିଲ୍ଲା ହେମସୁର ପଡା ନିକଟସ୍ଥ କେନାଲ ପାଣିରେ ବୁଡି ଏହି ଦଇ ଜଣଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ମୁତାବକ, ଜଣେ ପାଣିରେ ବୁଡି ଯାଉଥିବା ବେଳେ ଅନ୍ୟ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ସ୍ଥାନୀୟ ଅଞ୍ଚଳର ବୃନ୍ଦାବନ ସେଠି ଏବଂ ତାଙ୍କ ସାଙ୍ଗ ବାବୁ ମହାନ୍ତି ଏକାଠି କେନାଳକୁ ଗାଧୋଇବାକୁ ଯାଇଥିଲେ । ସେଠାରେ ଗାଧୋଇବା ବେଳେ ଅସାବଧାନତା ବଶତଃ ବୃନ୍ଦାବନଙ୍କ ଗୋଡ଼ ଖସିଯିବା ସହ ଗଭୀର ପାଣିକୁ ଚାଲି ଯାଇଥିଲା । ତାଙ୍କୁ ବଞ୍ଚାଇବାକୁ ଯାଇ ବାବୁ ମଧ୍ୟ ଗଭୀର ପାଣିକୁ ଯାଇଥିଲେ । ତେବେ ଉଭୟ ପାଣିରୁ ବାହାରି ପାରି ନଥିଲେ । ଫଳରେ ଘଟଣା ସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା ।
Related Posts
ଆହୁରି ୨ ଦିନ ଥରାଇବ, ଫେବ୍ରୁଆରୀ ପହିଲା ଯାଏଁ ଲୁଚକାଳି ଖେଳିବ ଶୀତ
17 January 2021
ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍
17 January 2021
ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ
17 January 2021
ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
17 January 2021