Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

କ୍ୟାବିନେଟ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବଜୋତ ସିଂହ ସିନ୍ଧୁ : କାହିଁକି ଦେଲେ କାରଣ ଜାଣନ୍ତୁ

14/07/2019 at 7:08 PM

ପଞ୍ଜାବ୧୪|୭: ପଞ୍ଜାବର ମନ୍ତ୍ରୀ ନବଜୋତ ସିଂହ ସିନ୍ଧୁ କ୍ୟାବିନେଟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ଗତ ୧୦ ତାରିଖରୁ ଇସ୍ତଫା ପତ୍ର ପଠାଇ ଥିଲେ। ଏଥିସହ ଆଜି ଟ୍ବିଟକରି ଏହି କଥାକୁ ସାର୍ବଜନୀନ କରିଛନ୍ତି।

ନବଜୋତଙ୍କ ଇସ୍ତଫାକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ମିଡ଼ିଆ ସେଲର ମୁଖ୍ୟ କହିଛନ୍ତି, ସିନ୍ଧୁଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ପାଖରେ ପହଞ୍ଚି ନାହିଁ। ଅନ୍ୟପଟେ ସିନ୍ଧୁ ଅନ୍ୟ ଏକ ଟ୍ବିଟକରି କହିଛନ୍ତି, ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ପାଖରେ ଦାଖଲ କରିଛନ୍ତି। ଲୋକସଭା ନିର୍ବାଚନ ପରେ  କ୍ୟାପଟେନ ଅମରିନ୍ଦର ସିଂହ ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ କରିଥିଲେ।

ସିନ୍ଧୁଙ୍କୁ ଶକ୍ତିଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦେଇଥିଲେ। କିନ୍ତୁ ସିନ୍ଧୁ ଏଥିରେ ଖୁ୍ସି ନଥିବାରୁ ନିଜ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

   Related Posts