Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଆଜି ପୁରୀ ଲୋକନାଥଙ୍କ ପୀଠରେ ପଙ୍କ ଉଦ୍ଧାର ନୀତି, କୋଭିଡ୍ କଟକଣା ଲାଗି ସାମିଲ ହେବେ ସ୍ୱଳ୍ପ ସଂଖ୍ୟକ ସେବାୟତ

9/03/2021 at 10:34 AM

ପୁରୀ ୦୯।୦୩: ଆଜି ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେବ। ବର୍ଷକରେ ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଦର୍ଶନ କରିଥାନ୍ତି ଶ୍ରଦ୍ଧାଳୁ । ଶ୍ରୀଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହୋଇଥାଏ।

ବର୍ଷତମାମ ଫୁଲ, ବେଲପତ୍ର, କ୍ଷୀର, କଦଳୀ, ଦହି, ସୁନାରୂପାରେ ଆଛାଦିତ ହୋଇ ରହୁଥିବା ମହାପ୍ରଭୁ ଶ୍ରୀଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ବାହାର କରାଯିବ। ତେବେ ଏଥର ଏସବୁ ନୀତି କୋଭିଡ କଟକଣା ମଧ୍ୟରେ ସ୍ବଳ୍ପ ସଂଖ୍ୟକ ସେବାୟତଙ୍କୁ ନେଇ ଏହି ଅନୁଷ୍ଠିତ ହେବ।  ଦର୍ଶନ ପାଇଁ ମନ୍ଦିରର ଗମ୍ଭୀରା ଭିତରକୁ ଯିବା ଉପରେ କଟକଣା ଥିବା ବେଳେ ବାହାରୁ ଥାଇ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।

ସେହିପରି ମାସ୍କ ପିନ୍ଧିବା, ସାନିଟାଇଜ କରିବା ସହ ସାମାଜିକ ଦୂରତ୍ବ ଉପରେ ଗୁରୁତ୍ବ ଦିଆଯାଇଛି । ଭକ୍ତଙ୍କ ଥର୍ମାଲ୍ ସ୍କ୍ରିନିଂ ମଧ୍ୟ କରାଯିବ। ସକାଳ ୮ ଟାରୁ ପଙ୍କୋଦ୍ଧାର କରାଯିବ। ଏହାପରେ ଦିନ ୨ଟାରୁ ସାଧାରଣ ଭକ୍ତମାନେ ପ୍ରଭୁ ଲୋକନାଥଙ୍କ ଦର୍ଶନ କରିପାରିବେ। ସେହିପରି ଜାଗର ଯାତ୍ରା ଅବସରରେ ବୁଧବାର ରାତ୍ର ୧୨.୩୦ରୁ ଦ୍ବାର ଫିଟା ସହ ପ୍ରଭୁଙ୍କର ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ । ପରେ ଭୋର ୪ ଟାରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏହି ଦର୍ଶନ ବ୍ୟବସ୍ଥା ଗୁରୁବାର ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ ଚାଲିବା ପରେ ଭୋର ୪ ଟାରେ ମହାଦୀପ ଉଠିବ।

ତେବେ ମନ୍ଦିର ପରିସରରେ କିମ୍ବା ବାହାରେ ଏକାଠି ବସି ଦୀପ ଜାଳିବା ଉପରେ କଟକଣା ଜାରି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ରହିବେ।

   Related Posts