Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ପାରଳା ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ

10/01/2020 at 8:51 AM

ପାରଳାଖେମୁଣ୍ଡି ୧୦।୧: ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା ଯୋଗୁଁ ଦୀର୍ଘଦିନ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବ୍ରହ୍ମପୁରରୁ ୨ଥର ଲୋକସଭା ସାଂସଦ ଥିଲେ ପାରଳା ମହାରାଜା । ପାରଳା ମଜାରାଜଙ୍କ ମୃତ୍ୟୁ ନେଇ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

୧୯୪୩ ମସିହା ମାର୍ଚ୍ଚ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ଗୋପୀନାଥ ଗଜପତି । କୃଷ୍ଣଚନ୍ଦ୍ର ଗଜପତିଙ୍କ ଜ୍ୟେଷ୍ଠପୁତ୍ର ରାମଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପୁତ୍ର ଥିଲେ ଗୋପୀନାଥ ଗଜପତି । ୧୯୬୭ ମସିହା ମାର୍ଚ୍ଚ ୧୪ ତାରିଖରେ ସେ ଧରମପୁରର ରାଜଜେମା ରାଣୀ ପୂର୍ଣ୍ଣ ଦେବୀଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି।

ସେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ନବମ ଓ ଦଶମ ଲୋକସଭାର ସାଂସଦ ହୋଇଥିଲେ। ୧୯୭୪ ମସିହା ମେ ୨୬ ତାରିଖରେ ଗୋପୀନାଥ ଗଜପତି ପାରଳାଖେମୁଣ୍ଡିର ‘ରାଜା’ ଭାବେ ଅଭିଷିକ୍ତ ହୋଇଥିଲେ। ପ୍ରଥମେ ସେ ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିଲେ। ପରେ ସେ ବିଜେପି ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ।

   Related Posts