Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

9/08/2018 at 11:05 AM

ବାଲେଶ୍ୱର ୯/୮ :   ଦୁଇ ବିଦ୍ୟାଳୟର ମିଶ୍ରଣକୁ ନେଇ ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକର ଦହମୁଣ୍ଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟର ମିଶ୍ରଣ ଦାବିରେ ଅଭିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଦ୍ୟାଳୟକୁ ମିଶ୍ରଣ କରାଯିବାନେଇ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାର ସମସ୍ତ ବ୍ଲକରେ ଏହି ନିୟମ କଡାକଡି ପାଳନ ହେଉଥିବାବଳେ ଦହମୁଣ୍ଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟର ମିଶ୍ରଣ ହୋଇ ନାହିଁ। ବ୍ଲକ ଶିକ୍ଷାଧିକାରୀ ଖୁବ୍ ଶୀଘ୍ର ମିଶ୍ରଣ କରାଯିବା ନେଇ ପ୍ରତିଶ୍ରୃତି ଦେଇଥିଲେ। ଛାତ୍ର-ଛାତ୍ରୀ ଓ ଅଭିଭାବକମାନେ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ସଚିବ, ସ୍ଥାନୀୟ ବିଧାୟକଙ୍କୁ ଏବିଷୟରେ ଅବଗତ କରିଥିଲେ । ହେଲେ କିଛି ସୁଫଳ ନମିଳିବାରୁ ଅଭିଭାବକମାନେ ସ୍କୁଲରେ ତାଲା ପକାଇ ଧାରଣାରେ ବସିଛନ୍ତି ।

   Related Posts