ସୋମବାରଠୁ ସଂସଦର ଶୀତକାଳୀନ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

Published By : Prameya-News7 Bureau | November 16, 2019 IST

ନୂଆଦିଲ୍ଲୀ ୧୬।୧୧: ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି ଲୋକସଭା ବାଚସ୍ପତି ଓମ୍‍ ବିର୍ଲା । ଗୃହ କାର୍ଯ୍ୟ ସୁରୁଖୁରୁରେ ପରିଚାଳନା ପାଇଁ ସବୁ ରାଜନୈତିକ ଦଳଗୁଡ଼ିକର ସହଯୋଗ ଲୋଡ଼ିବା ଲାଗି ବାଚସ୍ପତି ଏହି ବୈଠକ ଡକାଇଛନ୍ତି ।

ସେହିପରି ଆସନ୍ତାକାଲି ରାଜ୍ୟସଭା ଅଧ୍ୟକ୍ଷ ଏମ୍‍. ଭେଙ୍କିୟା ନାଇଡୁ ମଧ୍ୟ ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କୁ ଏକ ବୈଠକରେ ଯୋଗ ଦେବାପାଇଁ ଡାକିଛନ୍ତି । ସେହିଦିନ ସରକାରଙ୍କ ପକ୍ଷରୁ ଏକ ସର୍ବଦଳୀୟ ବୈଠକ ମଧ୍ୟ ଡକାଯାଇଛି । ଡିସେମ୍ବର ୧୩ ତାରିଖରେ ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଶେଷ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.