Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ପ୍ରବାସୀ ଶ୍ରମିକଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲା ବସ୍, ଅଭିଯୋଗ ପରେ ବସ୍ ସହ ଡ୍ରାଇଭର ଓ କଣ୍ଡକ୍ଟର ଅଟକ
  • ||
  • ଚାନ୍ଦବାଲି : ୨ ଦିନ ଆଖଣ୍ଡଳମଣୀଙ୍କ ମନ୍ଦିର ବନ୍ଦ, ଜଣେ ସେବାୟତ କରୋନା ପଜିଟିଭ୍ ପରେ ପ୍ରଶାସନର ପଦକ୍ଷେପ
  • ||
  • ଟାଙ୍ଗୀ : ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ହେଲପର ମୃତ, ଡ୍ରାଇଭର ଗୁରୁତର
  • ||
  • ରାଇରଙ୍ଗପୁର : ସ୍କୁଲ ନିକଟ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା
  • ||
  • ସୋର : ଭୁବନେଶ୍ବର-କୋଲକତା ଜନଶତାବ୍ଦୀ ଟ୍ରେନ୍‌ରେ ନିଆଁ, ଟଳିଲା ବଡ ଦୁର୍ଘଟଣା
  • ||
  • ‘ଚାକିରୀରେ ୬ ବର୍ଷ ପୂରଣ କରିଥିବା କର୍ମଚାରୀଙ୍କୁ ସରକାର ରେଗୁଲାର କରିବାକୁ ବାଧ୍ୟ’, ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ହାଇକୋର୍ଟ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ, ୧୯୩୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଡ଼ଗାଁ ପଞ୍ଚାୟତ ୩ ଦିନ ପାଇଁ ଲକ୍‌ଡାଉନ୍‌, ବନ୍ଦ ରହିବ ହାଟ ଓ ବଜାର
  • ||
  • ରାୟଗଡ଼ାରେ ମୃଦୁ ଭୂକମ୍ପ, କ୍ଷୟକ୍ଷତିର ସୂଚନା ନାହିଁ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୯୮୯ ପଜିଟିଭ୍ ଚିହ୍ନଟ
  • ||

ରାଉରକେଲା: ଗଛରେ ପିଟିହେଲା ବସ୍, ଡ୍ରାଇଭର ମୃତ, ୫ ଆହତ

18/10/2019 at 9:26 PM

ରାଉରକେଲା: ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରେ ରାଉରକେଲା-ଲହୁଣୀପଡା ରାସ୍ତାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାଉରକେଲାରୁ ଯାତ୍ରୀ ନେଇ ଲହୁଣୀପଡା ଯାଉଥିବା ବସ୍ ‘ଚାନ୍ଦିନୀ’ ରାସ୍ତାକଡରେ ଥିବା ଗଛ ସହ ଧକ୍କା ଲାଗିଛି। ଫଳରେ ବସ୍ ର ଡ୍ରାଇଭର ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ୪-୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ବସ୍ ରେ ଯାତ୍ରା କରୁଥିବା ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ବର୍ତ୍ତି ଯାଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ରାଉରକେଲା-ଲହୁଣୀ ପଡା ରାସ୍ତାର ବୀରକେରା ନିକଟରେ ଏହି ଦୁର୍ଘଟଣା ଘଟିଛି। ବସ୍ ଟି ରାସ୍ତାରେ ଯାତ୍ରା କରୁଥିବା ବେଳେ ଅଚାନକ ଡ୍ରାଇଭର ସନ୍ତୁଳନ ହରାଇଥିଲେ। ଫଳରେ ବସଟି ରାସ୍ତା କଡକୁ ଖସି ଯାଇ ଗଛ ସହ ଧକ୍କା ଲାଗି ଅଟକି ଯାଇଥିଲା। ଦୁର୍ହଘଟଣାଗ୍ରସ୍ତ ବସ୍ ରୁ ଯାତ୍ରୀଙ୍କୁ ଉଦ୍ଧାର କରି ତୁରନ୍ତ ରାଉରକେଲା ସରକାର ଡାକ୍ତରଖାନା ପଠାଯାଇଥିଲା। ଆହତ ଯାତ୍ରୀମାନେ ସୁସ୍ଥ ଥିବା ଜଣାପଡିଛି।

ଦୁର୍ଘଟଣାର କାରଣ ସମ୍ପର୍କରେ ଜଣାପଡି ନାହିଁ। ତେବେ ପୋଲିସ ମୃତ ଡ୍ରାଇଭରଙ୍କ ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ହସ୍ପିଟାଲକୁ ପଠାଇ ମାମଲାର ତଦନ୍ତ ଜାରି ରଖିଛି।

   Related Posts