Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||

ସ୍ତ୍ରୀ ସାମ୍ନାରେ ପଥରରେ ଛେଚି ଛେଚି ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ଫେରାର

16/07/2020 at 10:28 PM

ଜାନିଗୁଡା୧୬/୭: ଗୁଣି ଗା​‌ରେଡି ସନ୍ଦେହରେ ସ୍ତ୍ରୀ ସାମ୍ନାରେ ସ୍ବାମୀଙ୍କୁ ପଥରରେ ଛେଚି ଛେଚି ହତ୍ୟା। ଦଶମନ୍ତପୁର ଜାନିଗୁଡା ସାହିର ସାଇ ହବିକାଙ୍କୁ ହତ୍ୟା କରାଯାଇଛି। ତାଙ୍କ ସ୍ତ୍ରୀଙ୍କ ସାମ୍ନାରେ ସାଇ ହବିକାଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ସ୍ତ୍ରୀଙ୍କ ନାଁ ଶିରିମା ସାଉଁନ୍ତା। ଗୁଣି ଗରେଡ଼ି ସନ୍ଦେହରେ ହାଡି ସାଉଁନ୍ତା ଏବଂ ତୁମ୍ବି ସାଉଁନ୍ତା ତାଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ପରେ ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହକୁ ଜବତ କରିଛି। ଅଭିଯୁକ୍ତ ୨ ଭାଇ କୁଆଡ଼େ ଫେରାର ହୋଇ ଯାଇଛନ୍ତି।

ମୃତକ ସାଇ ଓ ତାର ସ୍ତ୍ରୀ ଗୁଣି କରୁଥୁବା ନେଇ ହତ୍ୟାକାରୀ ୨ ଭାଇ ହତ୍ୟା କରିବାକୁ ଧମକ ଦେଇ ଆସୁଥିଲେ। ୨ ଭାଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରି ସ୍ବାମୀ ଏବଂ ସ୍ତ୍ରୀ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ୨ ଭାଇ ହଠାତ୍‌ ସାଇ ଉପରେ  ଆକ୍ରମଣ କରିଥିଲେ। ୨ ଭାଇ ହବିକାଙ୍କୁ ପଥରରେ ଛେଚି ଛେଚି ହତ୍ୟା କରିଥିବା ଜଣାପଡିଛି।

   Related Posts