Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||

ରାସ୍ତା ଖରାପ ଯୋଗୁଁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ଦେଢ କି.ମି. ବୁହାହେଲେ ରୋଗୀ

8/09/2019 at 10:50 AM

କଳାହାଣ୍ଡି ୮।୯:  ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ ଫଳରେ ପ୍ରାୟ ଦେଢ କି.ମି. ଖଟିଆରେ ବୁହାହୋଇ ଆସିଲେ ରୋଗୀ । କଳାହାଣ୍ଡି ଜିଲ୍ଲାର ଚିର ଅବହେଳିତ ଲାଞ୍ଜିଗଡ ବ୍ଲକ୍ ଗୋବର୍ଦ୍ଧନପୁର ପଞ୍ଚାୟତ ଅଧିନସ୍ଥ ପଲସାପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ପଲସାପଡା ଗାଁର ଗୋପାଳ ପୋଢଙ୍କ ପାଟିରୁ ରକ୍ତ ପଡିବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇ ପଡିଥିଲା । ଗାଁର ଆଖପାଖରେ କୌଣସି ସ୍ବାସ୍ଥ୍ୟ ସୁବିଧା ନଥିବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଯିବା ପାଇଁ ପରିବାର ଲୋକ ଚାହିଁଥିଲେ ।

ଫଳରେ ଆମ୍ବୁଲାନ୍ସକୁ ଡକାଯାଇଥିଲା । କିନ୍ତୁ ରାସ୍ତାର କଦର୍ଯ୍ୟ ଅବସ୍ଥା ଯୋଗୁଁ ରାମଚନ୍ଦ୍ରପୁରଠାରୁ ଆଉ ଆଗକୁ ଯାଇ ପାରିଲା ନାହିଁ ଆମ୍ବୁଲାନ୍ସ । ଅନ୍ୟୋପାୟ ହୋଇ ଗୋପାଳଙ୍କୁ ଖଟିଆରେ ବୋହି କାଦୁଅ ପଚପଚ ରାସ୍ତାରେ ଦେଢ କି.ମି. ବୋହି ଆଣିଲେ ସଂପର୍କୀୟ । ରାମଚନ୍ଦ୍ରପୁରଠାରୁ ଆମ୍ବୁଲାନ୍ସରେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନା ନିଆଗଲା ।

   Related Posts