Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ

9/06/2019 at 12:34 PM

ବାରିପଦା ୯|୬: ବାରିପଦା ମେଡିକାଲ କଲେଜରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ନ୍ୟାୟ ଦାବିରେ ଝିଅ ମୃତଦେହ ରଖି ଧାରଣାରେ ପରିବାର ଲୋକେ।  ଡାକ୍ତରଖାନା ପରିସରରେ ଦେଖିବାକୁ ମିଳିଛି ଉତ୍ତେଜନା ।

ଚାନ୍ଦୁଆ ଚାଲୁଣିଆ ଗାଁର ବୀରେନ୍ଦ୍ର ପାତ୍ରଙ୍କ ଝିଅ ରିତାଙ୍କ ପେଟ ବ୍ୟଥା ହେବାରୁ ତାଙ୍କୁ ବାରିପଦା ମେଡିକାଲରେ ଭର୍ତ୍ତି କରା ଯାଇଥିଲା । ଏହି ସମୟରେ ସେଠାରେ କେହି ଡାକ୍ତର ନଥିଲେ । କେବଳ ୨ଜଣ ନର୍ସ ଥିଲେ । ପରେ ଡାକ୍ତର ଚନ୍ଦନ ନାୟକ ରୀତାଙ୍କୁ  ଇଞ୍ଜେକନ ଦେଇ ପଳାଇଥିଲେ । ତେବେ ଏଥିରେ ପେଟବଥା କମିବା ବଦଳରେ ବଢିଥିଲା । ରାତି ପ୍ରାୟ ୧୦ଟା ସମୟରେ ତାଙ୍କର ମୃତ୍ୟୁ ହୋଇ ଯାଇଥିଲା ।

ଏହାକୁ ନେଇ ଆଜି ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରା ଯାଇଛି । ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବାରିପଦା ସଦର ଏସ୍.ଡି.ପି.ଓ.।

   Related Posts