Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଥରେ ସଂକ୍ରମିତ ହେବା ପରେ ପୁଣି ସଂକ୍ରମିତ ହେଲେ ଅଧିକ ଗୁରୁତର ହେଉଛନ୍ତି ରୋଗୀ : ସ୍ବାସ୍ଥ୍ୟ ବିଶେଷଜ୍ଞ

17/07/2021 at 2:37 PM

ଭୁବନେଶ୍ବର ୧୭।୭: ତୃତୀୟ ଲହର ପାଇଁ ଆମ ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ୍ କରିବା ଦରକାର । ଥରେ ସଂକ୍ରମିତ ହେବା ପରେ ପୁଣି ସଂକ୍ରମିତ ହେଲେ ରୋଗୀ ଅଧିକ ଗୁରୁତର ହେଉଛନ୍ତି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର କହିଛନ୍ତି । ତୃତୀୟ ଲହର ପାଇଁ ଆମ ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ୍ କରିବା ଦରକାର । ଜେନମ୍ ସିକ୍ୟୁଏନ୍ସିକୁ ବଢାଇବାକୁ ପଡ଼ିବ । ଏହାଦ୍ବାରା ଆମେ ନୂଆ ଷ୍ଟ୍ରେନ୍ ଉପରେ ନଜର ରଖି ପାରିବା । ମହାରାଷ୍ଟ୍ର ପରି ଓଡ଼ିଶାକୁ ବି ଏହାକୁ କରିବାକୁ ପଡିବ । ୪-ଟି ସମେତ କୋଭିଡ୍ କଟକଣାକୁ କଡାକଡି କରିବାକୁ ପଡ଼ିବ ।

ନଭେମ୍ବର ମାସ ପର୍ଯ୍ୟନ୍ତ ଆମକୁ କୋଭିଡ୍ କଟକଣା ରଖିବାକୁ ପଡ଼ିବ । ବର୍ଷ ଶେଷ ପର୍ଯ୍ୟନ୍ତ ସମସ୍ତେ କୋଭିଡ୍ ନିୟମକୁ ମାନିବାକୁ ପଡ଼ିବ । କାରଣ ଅନେକ ଦେଶରେ ତୃତୀୟ ଲହର ଆସି ଗଲାଣି ।  ଆମେ ଯଦି ସତର୍କ ନ ରହିବା ତେବେ ତୃତୀୟ ଲହର ଶୀଘ୍ର ଆସିଯିବ । ଅକ୍ଟୋବର ଶେଷ ଆଡ଼କୁ ଆମ ରାଜ୍ୟରେ ତୃତୀୟ ଲହର ଆସିବାର ବହୁ ସମ୍ଭାବନା ରହିଛି ।

ଯେଉଁ ଜାଗାରେ ସଂକ୍ରମଣ ଅଧିକ ରହିବ ସେଠି ନୂଆ  ମ୍ୟୁଟାଣ୍ଟ ସୃଷ୍ଟି ହେବାର ସମ୍ଭାବନା ଅଧିକ ।  ଯେହେତୁ ଆମର କିଛି ଜିଲ୍ଲାରେ ସଂକ୍ରମଣ ଅଧିକ ରହୁଛି ତେଣୁ ଏଠି ନୂଆ ମ୍ୟୁଟାଣ୍ଟ ସୃଷ୍ଟି ହେବାର ଆଶଙ୍କା କରାଯାଉଛି । ତେଣୁ ଆମର ସଂକ୍ରମଣ ହାର କମାଇବାକୁ ପଡ଼ିବ । ସେ ଦୃଷ୍ଟିରୁ ଆମକୁ କୋଭିଡ୍ ନିୟମ ମାନିବାକୁ ପଡ଼ିବ । ସରକାର ତ ଯାହା ପଦକ୍ଷେପ ନେଉଛନ୍ତି କିନ୍ତୁ ଆମେ କଟକଣାକୁ କଡାକଡି ଭାବେ ଅନୁପାଳନ କରିବା ଦରକାର ।

ଟିକା ନେବା ପରେ ବି ସଂକ୍ରମଣ ହେଉଛି । ତେଣୁ ଲୋକମାନେ କଟକଣା ମାନନ୍ତୁ । ଡବଲ ଡୋଜ୍ ନେବା ପରେ ୯୫ ପ୍ରତିଶତ ମୃତ୍ୟୁ ଆଶଙ୍କା କମିଯିବ । ମାତ୍ର ୫ ପ୍ରତିଶତ ପାଇଁ ବି ଆମକୁ ସତର୍କ ରହିବାକୁ ପଡିବ ।

ଥରେ ସଂକ୍ରମିତ ହେବା ପରେ ପୁଣି ସଂକ୍ରମିତ ହେଲେ ରୋଗୀ ଅଧିକ ଗୁରୁତର ହେଉଛନ୍ତି । ଭାଇରସ୍ ଶରୀର ଭିତରେ ରହିପାରେ । ଡେଲଟା ଭାରିଏଣ୍ଟ ବହୁ ଡିଫିକଲ୍ଟ । ଏହି ଭାଇରସ୍ ଆମ ଭିତରେ ଅଧିକ ଦିନ ରହିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ।

   Related Posts