Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦଳା : ଖାକି ଉପରେ ଖାକିର ଜୁଲମ୍, ବିଚ୍ ରାସ୍ତାରେ ଏସଆଇଙ୍କୁ ଆକ୍ରମଣ କଲେ ଜେଲ୍ ଓ୍ୱାର୍ଡର
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୪୩୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଗାଜା ଉପରେ ଇସ୍ରାଏଲର ପୁଣି ରକେଟ୍ ଆକ୍ରମଣ, ଭାଙ୍ଗିଲା ଅସ୍ତ୍ରବିରତି ରାଜିନାମା
  • ||
  • ମର୍ମନ୍ତୁଦ ଦୁର୍ଘଟଣା : ଟ୍ରଲରକୁ ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||

ପାଟକୁରା ବିଧାନସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା : ୨୦ରେ ଭୋଟ୍, ୨୪ରେ ଗଣତି

4/07/2019 at 12:53 PM

ଭୁବନେଶ୍ବର ୪|୭: ଆସନ୍ତା ୨୦ତାରିଖରେ ଅନୁଷ୍ଠିତ ହେବ ବହୁ ପ୍ରତିକ୍ଷୀତ ପାଟକୁରା ବିଧାନସଭା ନିର୍ବାଚନ । ନିର୍ବାଚନ କମିଶନ ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ।  ଆସନ୍ତା ୨୪ତାରିଖରେ ଭୋଟ୍ ଗଣତି ହେବ ।  ୨୬ତାରିଖରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଫଳରେ ଆଜିଠାରୁ ହିଁ କେନ୍ଦ୍ରାପଡା ଜିଲ୍ଲାରେ ନିର୍ବାଚନ ଅଚରଣ ବିଧି ଲାଗୁ ହୋଇଛି ।

ସୂଚନାଯୋଗ୍ୟ ଯେ, ସାଧାରଣ ନିର୍ବାଚନ ସମୟରେ ଚତୁର୍ଥ ପର୍ଯ୍ୟାୟରେ ଅର୍ଥାତ୍ ଏପ୍ରିଲ ୨୯ତାରିଖରେ ପାଟକୁରା ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିଲା । ତେବେ ଏପ୍ରିଲ ୨୦ତାରିଖରେ ବିଜୁ ଜନତା ଦଳର ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁ ହୋଇଥିଲା ।  ଫଳରେ ନିର୍ବାଚନ ସ୍ଥଗିତ ହୋଇଥିଲା । ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟରେ ଅର୍ଥାତ୍ ମେ ୧୯ତାରିଖରେ ଏଠାରେ ନିର୍ବାଚନ ପାଇଁ ତାରିଖ ଧାର୍ଯ୍ୟ ହୋଇଥିଲା । ତେବେ ବାତ୍ୟା ଫୋନିକୁ ଦୃଷ୍ଟିରେ ରଥି ନିର୍ବାଚନ ତାରିଖ ବଦଳାଇବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ବାଚନ କମିଶନକଙ୍କୁ ଅନୁରୋଧ କରିଥିଲେ । ଫଳରେ ନିର୍ବାଚନ କମିଶନ ପୁଣି ପାଟକୁରା ନିର୍ବାଚନକୁ ସ୍ଥଗିତ ରଖିଥିଲେ । ଆଜି କମିଶନ ପାଟକୁରା ନିର୍ବାଚ ନେଇ ତାରିଖ ଘୋଷଣା କରିବା ପରେ ରାଜ୍ୟର ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି । ସୂଚନାଯୋଗ୍ୟ ଯେ, ପାଟକୁରା ପାଇଁ ପ୍ରାର୍ଥୀପତ୍ର ଦାଖଲ ହୋଇସାରିଛି । ଏଠାରୁ ବିଜେପିରୁ ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଥିବାବେଳେ ବିଜେଡିରୁ ପ୍ରାର୍ଥୀ ଅଛନ୍ତି ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ବିଧବା ପତ୍ନୀ ସାବିତ୍ରୀ ଅଗ୍ରଓ୍ବାଲ ।

   Related Posts